1
ଆଦି ପୁସ୍ତକ 24:12
ପବିତ୍ର ବାଇବଲ
ଦାସ ପ୍ରାର୍ଥନା କଲେ ଏବଂ କହିଲେ, “ହେ ସଦାପ୍ରଭୁ! ତୁମ୍ଭେ ମୋର ପ୍ରଭୁଙ୍କର ପରମେଶ୍ୱର। ମୋର ଜୀବନର ଲକ୍ଷ୍ୟ ସଫଳ କରାଇ, ମୋହର କର୍ତ୍ତା ଅବ୍ରହାମଙ୍କୁ ଦୟାକରି ଅନୁଗ୍ରହ କର।
Vergelyk
Verken ଆଦି ପୁସ୍ତକ 24:12
2
ଆଦି ପୁସ୍ତକ 24:14
ମୁଁ ଅପେକ୍ଷା କଲି ତୁମ୍ଭର ଚିହ୍ନ ପାଇଁ କିଏ ଇସ୍ହାକର ସ୍ତ୍ରୀ ହେବ। ମୁଁ ସେହି ଝିଅକୁ କହିବି ‘ଦୟାକରି ତୁମ୍ଭର ପାତ୍ର ମୋ’ ଆଡ଼କୁ ତଳମୁହାଁ କର। ଯେପରି ମୁଁ ପାଣି ପିଇ ପାରିବି।’ ମୁଁ ଜାଣି ପାରିବି ସେହି ହେଉଛି ଉପଯୁକ୍ତ ପାତ୍ରୀ ଯିଏ କହିବ, ‘ପାଣି ପିଅ ଏବଂ ମୁଁ ତୁମ୍ଭର ଓଟମାନଙ୍କୁ ମଧ୍ୟ ପାଣି ଦେବି।’ ଯଦି ଏହିପରି ହୁଏ, ତେବେ ମୁଁ ଜାଣିବି ସେ ହେଉଛି ଇସ୍ହାକ ପାଇଁ ଉପଯୁକ୍ତ କନ୍ୟା। ଏବଂ ମୁଁ ଜାଣିବି ତୁମ୍ଭେ ମୋର ମୁନିବଙ୍କ ଉପରେ ଦୟା କଲ।”
Verken ଆଦି ପୁସ୍ତକ 24:14
3
ଆଦି ପୁସ୍ତକ 24:67
ଏହା ପରେ ଇସ୍ହାକ ସେହି କନ୍ୟାକୁ ତାଙ୍କର ମାଙ୍କ ତମ୍ବୁକୁ ଆଣିଲେ। ସେହି ଦିନ ରିବିକା ଇସ୍ହାକର ସ୍ତ୍ରୀ ହେଲେ। ଇସ୍ହାକ ତାଙ୍କୁ ବହୁତ ପ୍ରେମ କଲେ। ତେଣୁ ଇସ୍ହାକ ତାଙ୍କର ମାଙ୍କର ମୃତ୍ୟୁପରେ ସାନ୍ତ୍ୱନା ପାଇଲେ।
Verken ଆଦି ପୁସ୍ତକ 24:67
4
ଆଦି ପୁସ୍ତକ 24:60
ଯେତେବେଳେ ରିବିକା ସେହି ସ୍ଥାନ ଛାଡ଼ିଲେ ସେମାନେ ତାଙ୍କୁ ଆଶୀର୍ବାଦ କରି କହିଲେ, “ଆମ୍ଭର ଭଉଣୀ, ତୁମ୍ଭେ ସହସ୍ର ସହସ୍ର ଲୋକଙ୍କର ମାତା ହୁଅ। ଏବଂ ତୁମ୍ଭର ବଂଶଧରମାନେ ତାଙ୍କର ଶତ୍ରୁମାନଙ୍କୁ ପରାସ୍ତ କରି ତାଙ୍କର ନଗର ଅଧିକାର କରନ୍ତୁ।”
Verken ଆଦି ପୁସ୍ତକ 24:60
5
ଆଦି ପୁସ୍ତକ 24:3-4
ତୁମ୍ଭେ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱରଙ୍କର ନାମରେ ପ୍ରତିଜ୍ଞା କର, ଯିଏ ପୃଥିବୀ ଓ ଆକାଶର ନିର୍ମାଣକାରୀ, ଯେ ତୁମ୍ଭେମାନେ ମୋର ପୁତ୍ରର ବିବାହ କିଣାନୀୟମାନଙ୍କର କନ୍ୟାଗଣ ସହିତ କରାଇବ ନାହିଁ, ଯେଉଁମାନଙ୍କ ସହିତ ମୁଁ ବାସ କରୁଅଛି। ମୋର ଜନ୍ମସ୍ଥାନକୁ ଯାଅ ଇସ୍ହାକ ପାଇଁ ଏକ ପତ୍ନୀ ଧରି ଆସ।”
Verken ଆଦି ପୁସ୍ତକ 24:3-4
Tuisblad
Bybel
Leesplanne
Video's