1
ଯୋହନ 1:12
ପବିତ୍ର ବାଇବଲ (Re-edited) - (BSI)
ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ଵାସ କଲେ, ସେସମସ୍ତଙ୍କୁ ସେ ଈଶ୍ଵରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ
አወዳድር
{{ጥቅስ}} ያስሱ
2
ଯୋହନ 1:1
ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ଵରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ଵର ଥିଲେ।
3
ଯୋହନ 1:5
ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ଵଲ୍ୟମାନ ହୋଇ-ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ।
4
ଯୋହନ 1:14
ଆଉ, ସେହି ବାକ୍ୟ ଦେହବ; ହେଲେ, ପୁଣି ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ଵିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।
5
ଯୋହନ 1:3-4
ତାହାଙ୍କ ଦ୍ଵାରା ସମସ୍ତ ସୃଷ୍ଟ ହେଲା; ଆଉ ଯେସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ। ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।
6
ଯୋହନ 1:29
ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ, ଯେ ଜଗତର ପାପ ବହିନେଇଯାଆନ୍ତି।
7
ଯୋହନ 1:10-11
ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ଵାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ। ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।
8
ଯୋହନ 1:9
ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।
9
ଯୋହନ 1:17
କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ଵାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଉପସ୍ଥିତ ହେଲା।
Home
Bible
Plans
Videos