ଆଦି ପୁସ୍ତକ 36
36
ଏଷୌଙ୍କ ବଂଶଧର
1ଏଷୌର ବଂଶାବଳୀ। ତାହାର ଅନ୍ୟତମ ନାମ ଇଦୋମ୍।
2ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍, ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନର ପୌତ୍ରୀ ଅହଲୀବାମାକୁ,
3ତଦ୍ଭିନ୍ନ ନବାୟୋତର ଭଗିନୀକି, ଅର୍ଥାତ୍, ଇଶ୍ମାଏଲର କନ୍ୟା ବାସମତ୍କୁ ବିବାହ କଲା।
4ଅନନ୍ତର ଏଷୌର ଔରସରେ ଆଦା ଇଲୀଫସକୁ ଓ ବାସମତ୍ ରୁୟେଲକୁ ପ୍ରସବ କଲେ।
5ଆଉ ଅହଲୀବାମା, ଯିୟୂଶ, ଯାଲମ୍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।
6ଅନନ୍ତର ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି ଆପଣାର ସମସ୍ତ ପଶ୍ଵାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା।
7ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି ସେମାନଙ୍କର ପଶ୍ଵାଦି ହେତୁରୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।
8ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍।
9ଆଉ ସେୟୀର ପର୍ବତସ୍ଥ ଇଦୋମୀୟମାନଙ୍କର ପୂର୍ବପୁରୁଷ ଏଷୌର ବଂଶାବଳୀ।
10ଏଷୌର ସନ୍ତାନମାନଙ୍କର ନାମ ଏହି। ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ।
11ପୁଣି ଇଲୀଫସ୍ର ପୁତ୍ର ତୈମନ୍ ଓ ଓମାର୍ ଓ ସଫୋ ଓ ଗୟିତମ୍ ଓ କନସ୍।
12ପୁଣି ଏଷୌର ପୁତ୍ର ଇଲୀଫସ୍ର ତିମ୍ନା ନାମ୍ନୀ ଏକ ଉପପନିୀ ଥିଲା, ସେ ଇଲୀଫସର ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପନିୀ ଆଦାର ସନ୍ତାନ।
13ରୁୟେଲର ପୁତ୍ର ନହତ୍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ।
14ପୁଣି ସିବୀୟୋନର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍ ଓ ଯାଲମ୍ ଓ କୋରହ।
15ଏଷୌର ସନ୍ତାନମାନଙ୍କ ରାଜାବଳୀ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍, ତାହାର ପୁତ୍ର ରାଜା ତୈମନ୍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍
16ଓ ରାଜା କୋରହ ଓ ରାଜା ଗୟିତମ୍ ଓ ରାଜା ଅମାଲେକ୍; ଇଦୋମ ଦେଶରେ ଇଲୀଫସ୍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ।
17ଏଷୌର ପୁତ୍ର ରୁୟେଲର ସନ୍ତାନ ରାଜା ନହତ୍ ଓ ରାଜା ସେରହ୍ ଓ ରାଜା ଶମ୍ମ ଓ ରାଜା ମିସା; ଇଦୋମ ଦେଶରେ ରୁୟେଲ ବଂଶୀୟ ଏହି ରାଜାମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ ଥିଲେ।
18ପୁଣି ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ।
19ଏମାନେ ଏଷୌର, ଅର୍ଥାତ୍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା।
ସେୟୀରଙ୍କ ବଂଶଧର
20(ପୂର୍ବକାଳର) ସେହି ଦେଶନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍ ଓ ଶୋବଲ୍ ଓ ସିବୀୟନ୍ ଓ ଅନା
21ଓ ଦିଶୋନ୍ ଓ ଏତ୍ସର ଓ ଦୀଶନ୍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ।
22ଲୋଟନର ପୁତ୍ର ହୋରି ଓ ହେମମ୍, ପୁଣି ଲୋଟନର ତିମ୍ନା ନାମ୍ନୀ ଭଗିନୀ ଥିଲା।
23ପୁଣି ଶୋବଲର ପୁତ୍ର ଅବଲନ୍ ଓ ମାନହତ୍ ଓ ଏବଲ୍ ଓ ଶଫୋ ଓ ଓନମ୍।
24ପୁଣି ସିବୀୟନର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟନର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା।
25ସେହି ଅନାର ପୁତ୍ର ଦିଶୋନ୍ ଓ କନ୍ୟା ଅହଲୀବାମା।
26ପୁଣି ଦିଶୋନର ପୁତ୍ର ହିମ୍ଦନ୍ ଓ ଇଶବନ୍ ଓ ଯିତ୍ରନ୍ ଓ କରାନ୍।
27ଏତ୍ସରର ପୁତ୍ର ବିଲହନ୍ ଓ ସାବନ୍ ଓ ଯାକନ୍।
28ପୁଣି ଦୀଶନର ପୁତ୍ର ଊଷ୍ ଓ ଅରାନ୍।
29ହୋରୀୟ ବଂଶଜ ରାଜା ଏହି; ରାଜା ଲୋଟନ୍ ଓ ରାଜା ଶୋବଲ୍ ଓ ରାଜା ସିବୀୟନ୍ ଓ ରାଜା ଅନା
30ଓ ରାଜା ଦିଶୋନ୍ ଓ ରାଜା ଏତ୍ସର୍ ଓ ରାଜା ଦୀଶନ୍। ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ।
ଇଦୋମର ରାଜାଗଣ
31ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ଵ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ।
32ବିୟୋରର ବେଲା ନାମକ ପୁତ୍ର ଇଦୋମ୍ ଦେଶରେ ରାଜତ୍ଵ କଲା, ତାହାର ରାଜଧାନୀର ନାମ ଦିନ୍-ହାବା।
33ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍ ରାଜତ୍ଵ କଲା।
34ପୁଣି ଯୋବବ୍ର ମରଣ ଉତ୍ତାରେ ତୈମନଦେଶୀୟ ହୂଶମ୍ ତାହା ପଦରେ ରାଜତ୍ଵ କଲା।
35ହୂଶମର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ଵ କଲା; ତାହାର ରାଜଧାନୀର ନାମ ଅବୀତ୍।
36ହଦଦ୍ର ମରଣ ଉତ୍ତାରେ ମସ୍ରେକା ନିବାସୀ ସମ୍ଳ ତାହା ପଦରେ ରାଜତ୍ଵ କଲା।
37ପୁଣି ସମ୍ଳର ମରଣ ଉତ୍ତାରେ (ଫରାତ୍) ନଦୀର ନିକଟସ୍ଥ ରହୋବତ୍ ନିବାସୀ ଶୌଲ ତାହା ପଦରେ ରାଜତ୍ଵ କଲା।
38ଶୌଲର ମରଣ ଉତ୍ତାରେ, ଅକ୍ବୋରର ପୁତ୍ର ବାଲ୍ହାନନ୍ ତାହା ପଦରେ ରାଜତ୍ଵ କଲା।
39ପୁଣି ଅକ୍ବୋରର ପୁତ୍ର ବାଲହାନନର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ଵ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ।
40ଏଷୌଠାରୁ ଉତ୍ପନ୍ନ, ପୁଣି ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍ବା ଓ ରାଜା ଯିଥେତ୍।
41ଓ ରାଜା ଅହଲୀବାମା ଓ ରାଜା ଏଲା ଓ ରାଜା ପୀନୋନ୍
42ଓ ରାଜା କନସ୍ ଓ ରାଜା ତୈମନ୍ ଓ ରାଜା ମିବ୍ସର୍
43ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତା; ସମାପ୍ତ।
المحددات الحالية:
ଆଦି ପୁସ୍ତକ 36: ODIAOV-BSI
تمييز النص
شارك
نسخ

هل تريد حفظ أبرز أعمالك على جميع أجهزتك؟ قم بالتسجيل أو تسجيل الدخول
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.