1
ଯୋହନ 19:30
ପବିତ୍ର ବାଇବଲ (Re-edited) - (BSI)
ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, ସମାପ୍ତ ହେଲା; ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ।
Сравни
Разгледайте ଯୋହନ 19:30
2
ଯୋହନ 19:28
ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, ମୋତେ ତୃଷା ଲାଗୁଅଛି।
Разгледайте ଯୋହନ 19:28
3
ଯୋହନ 19:26-27
ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର! ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, ଦେଖ, ତୁମ୍ଭର ମାତାଣ! ଆଉ, ସେହି ଦଣ୍ତରୁ ସେହି ଶିଷ୍ୟ ତାଙ୍କୁ ଆପଣା ଗୃହକୁ ଘେନିଗଲେ।
Разгледайте ଯୋହନ 19:26-27
4
ଯୋହନ 19:33-34
ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ, କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା।
Разгледайте ଯୋହନ 19:33-34
5
ଯୋହନ 19:36-37
କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ତେ ଅସ୍ଥି ଭଗ୍ନ ହେବ ନାହିଁ। ପୁନର୍ବାର ଧର୍ମଶାସ୍ତ୍ରର ଆଉ ଗୋଟିଏ ବାକ୍ୟ ଏହି, ସେମାନେ ଯାହାଙ୍କୁ ବିଦ୍ଧ କଲେ, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ।
Разгледайте ଯୋହନ 19:36-37
6
ଯୋହନ 19:17
ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ।
Разгледайте ଯୋହନ 19:17
7
ଯୋହନ 19:2
ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ
Разгледайте ଯୋହନ 19:2
Начало
Библия
Планове
Видеа