1
ମାଥିଉ 7:7
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
Сравни
Разгледайте ମାଥିଉ 7:7
2
ମାଥିଉ 7:8
କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।
Разгледайте ମାଥିଉ 7:8
3
ମାଥିଉ 7:24
ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
Разгледайте ମାଥିଉ 7:24
4
ମାଥିଉ 7:12
ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।
Разгледайте ମାଥିଉ 7:12
5
ମାଥିଉ 7:14
ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।
Разгледайте ମାଥିଉ 7:14
6
ମାଥିଉ 7:13
ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ।
Разгледайте ମାଥିଉ 7:13
7
ମାଥିଉ 7:11
ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!
Разгледайте ମାଥିଉ 7:11
8
ମାଥିଉ 7:1-2
ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ। କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।
Разгледайте ମାଥିଉ 7:1-2
9
ମାଥିଉ 7:26
ଆଉ ଯେ କେହି ମୋହର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୂର୍ଖ ଲୋକ ଭଳି ହେବ।
Разгледайте ମାଥିଉ 7:26
10
ମାଥିଉ 7:3-4
ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ? ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!
Разгледайте ମାଥିଉ 7:3-4
11
ମାଥିଉ 7:15-16
ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ! ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?
Разгледайте ମାଥିଉ 7:15-16
12
ମାଥିଉ 7:17
ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ।
Разгледайте ମାଥିଉ 7:17
13
ମାଥିଉ 7:18
ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ।
Разгледайте ମାଥିଉ 7:18
14
ମାଥିଉ 7:19
ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ।
Разгледайте ମାଥିଉ 7:19
Начало
Библия
Планове
Видеа