ସେତେବେଳେ ଆତ୍ମା ଫିଲିପ୍ପଙ୍କୁ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର।
ସେଥିରେ ଫିଲିପ୍ପ ଦୌଡ଼ିଯାଇ ସେ ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ର ପାଠ କରୁଥିବା ଶୁଣି ପଚାରିଲେ, ଆପଣ ଯାହା ପାଠ କରୁଅଛନ୍ତି, ତାହା କʼଣ ବୁଝୁଅଛନ୍ତି?
ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ, ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କୁ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ।