ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି ତାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।
ସେହିକ୍ଷଣି ତାଙ୍କ ଆଖିରୁ କାତି ପରି କʼଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ