କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ଵରଙ୍କଠାରେ ଉଲ୍ଲାସ କରିବି।