1
ମାଥିଉ 1:21
ପବିତ୍ର ବାଇବଲ (Re-edited) - (BSI)
ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।
Compare
Explore ମାଥିଉ 1:21
2
ମାଥିଉ 1:23
ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ, ଏହି ନାମର ଅର୍ଥ ‘ଆମ୍ଭମାନଙ୍କ ସହିତ ଈଶ୍ଵରʼ।
Explore ମାଥିଉ 1:23
3
ମାଥିଉ 1:20
କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ଵପ୍ନରେ ତାଙ୍କୁ ଦର୍ଶନ ଦେଇ କହିଲେ, ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାର ଗର୍ଭ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ହୋଇଅଛି।
Explore ମାଥିଉ 1:20
4
ମାଥିଉ 1:18-19
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା। ଏଥିରେ ତାଙ୍କ ସ୍ଵାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ।
Explore ମାଥିଉ 1:18-19
Home
Bible
Plans
Videos