ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ଵପ୍ନରେ ପ୍ରତ୍ୟାଦେଶ ପାଇ ସେମାନେ ଅନ୍ୟ ପଥ ଦେଇ ସ୍ଵଦେଶକୁ ପ୍ରସ୍ଥାନ କଲେ।
ସେମାନେ ପ୍ରସ୍ଥାନ କଲା ଉତ୍ତାରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ଵପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ମିସରକୁ ପଳାଅ, ପୁଣି ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ଵେଷଣ କରିବାକୁ ଉଦ୍ୟତ।