1
ମାଥିଉ 28:19-20
ପବିତ୍ର ବାଇବଲ (Re-edited) - (BSI)
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗା; ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
Compare
Explore ମାଥିଉ 28:19-20
2
ମାଥିଉ 28:18
ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ଵର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ପ୍ରଦତ୍ତ ହୋଇଅଛି।
Explore ମାଥିଉ 28:18
3
ମାଥିଉ 28:5-6
କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କର ଅନ୍ଵେଷଣ କରୁଅଛ, ତାହା ମୁଁ ଜାଣେ। ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ, ସେହି ସ୍ଥାନ ଦେଖ।
Explore ମାଥିଉ 28:5-6
4
ମାଥିଉ 28:10
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକି ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।
Explore ମାଥିଉ 28:10
5
ମାଥିଉ 28:12-15
ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ଉତ୍ତାରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ, ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାର ଶିଷ୍ୟମାନେ ରାତିରେ ଆସି ତାହାକୁ ଚୋରି କରି ନେଇଗଲେ। ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା। ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି।
Explore ମାଥିଉ 28:12-15
Home
Bible
Plans
Videos