ଆଉ, ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।
ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ।