ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକଙ୍କ ସାକ୍ଷାତରେ ଦେଖାଯିବା ନିମନ୍ତେ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,
ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ସାକ୍ଷାତରେ ଦେଖାଯିବ; ଆଉ, ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।