ପରେ ଯୀଶୁ ସେହି ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଘେନି ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୋଟୀଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ।
ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ,
ଆଉ ସେମାନେ ଭଙ୍ଗା ରୋଟୀ ଉଠାଇ ବାର ଟୋକାଇ ଭର୍ତ୍ତି କଲେ ଏବଂ ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ।