1
ଯୋହନ 11:25-26
ଓଡିଆ ବାଇବେଲ
ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ, ପୁଣି, ଯେ କେହି ବଞ୍ଚେ ଓ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କ'ଣ ବିଶ୍ୱାସ କରୁଅଛ ?
Compare
Explore ଯୋହନ 11:25-26
2
ଯୋହନ 11:40
ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ବିଶ୍ୱାସ କର, ତାହାହେଲେ ଈଶ୍ୱରଙ୍କ ମହିମା ଦେଖିବ, ଏହା କ'ଣ ମୁଁ ତୁମ୍ଭକୁ କହିଲି ନାହିଁ ? ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ ।
Explore ଯୋହନ 11:40
3
ଯୋହନ 11:35
ଯୀଶୁ କାନ୍ଦିଲେ ।
Explore ଯୋହନ 11:35
4
ଯୋହନ 11:4
କିନ୍ତୁ ଯୀଶୁ ତାହା ଶୁଣି କହିଲେ, ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ୱରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ଵାରା ଈଶ୍ୱରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି ।
Explore ଯୋହନ 11:4
5
ଯୋହନ 11:43-44
ସେ ଏହା କହି ଉଚ୍ଚସ୍ୱରରେ ଡାକିଲେ, ଲାଜାର, ବାହାରି ଆସ । ମୃତ ଲୋକଟି ବାହାରି ଆସିଲେ; ତାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି, ତାଙ୍କ ମୁଖରେ ଖଣ୍ଡେ ଗାମୁଛା ଗୁଡ଼ା ହୋଇଥିଲା । ଯୀଶୁ ସେମାନଙ୍କୁ କହିଲେ, ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ ।
Explore ଯୋହନ 11:43-44
6
ଯୋହନ 11:38
ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି, ତା' ମୁହଁରେ ଗୋଟାଏ ପଥର ଥିଲା ।
Explore ଯୋହନ 11:38
7
ଯୋହନ 11:11
ସେ ଏସମସ୍ତ କଥା କହିଲା ଉତ୍ତାରେ ସେମାନଙ୍କୁ ଆହୁରି କହିଲେ, ଆମ୍ଭମାନଙ୍କ ବନ୍ଧୁ ଲାଜାର ନିଦ୍ରା ଯାଇଅଛନ୍ତି, କିନ୍ତୁ ତାଙ୍କୁ ନିଦ୍ରାରୁ ଉଠାଇବା ନିମନ୍ତେ ମୁଁ ଯାଉଅଛି ।
Explore ଯୋହନ 11:11
Home
Bible
Plans
Videos