1
ଯୋହନ 13:34-35
ଓଡିଆ ବାଇବେଲ
ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର । ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ଵାରା ଜ୍ଞାତ ହେବେ ।
Compare
Explore ଯୋହନ 13:34-35
2
ଯୋହନ 13:14-15
ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ । କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି ।
Explore ଯୋହନ 13:14-15
3
ଯୋହନ 13:7
ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ ।
Explore ଯୋହନ 13:7
4
ଯୋହନ 13:16
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ ।
Explore ଯୋହନ 13:16
5
ଯୋହନ 13:17
ଯଦି ତୁମ୍ଭେମାନେ ଏହି ସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ ।
Explore ଯୋହନ 13:17
6
ଯୋହନ 13:4-5
ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ । ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ ।
Explore ଯୋହନ 13:4-5
Home
Bible
Plans
Videos