ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ । ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଯେପରି କିଛି ନଷ୍ଟ ନ ହୁଏ, ଏଥି ନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର ।