କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ ? କାଳେ ସେ ମୂଳଦୂଆ ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ, ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରି ପାରିଲା ନାହିଁ ।