ପୁଣି, ସୁର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ, ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ ।
ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ ।