ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ପାଦ ତଳେ ପଡ଼ି, କାହିଁକି ତାହାଙ୍କୁ ଛୁଇଁଲା ପୁଣି, କିପରି ସେହିକ୍ଷଣି ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା । ସେଥିରେ ଯୀଶୁ ତାହାଙ୍କୁ କହିଲେ, ଝିଅ, ତୋହର ବିଶ୍ୱାସ ତତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା ।