1
ଯୋହନ 19:30
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, “ସମାପ୍ତ ହେଲା” ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ।
Compare
Explore ଯୋହନ 19:30
2
ଯୋହନ 19:28
ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।”
Explore ଯୋହନ 19:28
3
ଯୋହନ 19:26-27
ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!” ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ।
Explore ଯୋହନ 19:26-27
4
ଯୋହନ 19:33-34
ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ, କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା।
Explore ଯୋହନ 19:33-34
5
ଯୋହନ 19:36-37
କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ। ପୁନର୍ବାର ଧର୍ମଶାସ୍ତ୍ରର ଆଉ ଗୋଟିଏ ବାକ୍ୟ ଏହି, ସେମାନେ ଯାହାଙ୍କୁ ବିଦ୍ଧ କଲେ, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ।
Explore ଯୋହନ 19:36-37
6
ଯୋହନ 19:17
ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ।
Explore ଯୋହନ 19:17
7
ଯୋହନ 19:2
ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ
Explore ଯୋହନ 19:2
Home
Bible
Plans
Videos