ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ। କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ, ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ।