1
ପ୍ରକାଶିତ 19:7
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।
Compare
Explore ପ୍ରକାଶିତ 19:7
2
ପ୍ରକାଶିତ 19:16
ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘଭାଗରେ ଏହି ନାମ ଲିଖିତ ଅଛି “ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।”
Explore ପ୍ରକାଶିତ 19:16
3
ପ୍ରକାଶିତ 19:11
ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।
Explore ପ୍ରକାଶିତ 19:11
4
ପ୍ରକାଶିତ 19:12-13
ତାହାଙ୍କ ଚକ୍ଷୁ ଅଗ୍ନିଶିଖା ସଦୃଶ, ତାହାଙ୍କ ମସ୍ତକରେ ଅନେକ ମୁକୁଟ, ଆଉ ତାହାଙ୍କର ଗୋଟିଏ ନାମ ଲିଖିତ ଅଛି, ସେହି ନାମ ତାହାଙ୍କ ବିନା ଅନ୍ୟ କେହି ଜାଣେ ନାହିଁ। ସେ ରକ୍ତ-ନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଈଶ୍ବରଙ୍କ ବାକ୍ୟ।
Explore ପ୍ରକାଶିତ 19:12-13
5
ପ୍ରକାଶିତ 19:15
ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।
Explore ପ୍ରକାଶିତ 19:15
6
ପ୍ରକାଶିତ 19:20
ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟକର୍ମଗୁଡ଼ିକ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।
Explore ପ୍ରକାଶିତ 19:20
Home
Bible
Plans
Videos