1
ପ୍ରକାଶିତ 21:4
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।
Compare
Explore ପ୍ରକାଶିତ 21:4
2
ପ୍ରକାଶିତ 21:5
ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।
Explore ପ୍ରକାଶିତ 21:5
3
ପ୍ରକାଶିତ 21:3
ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଈଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ
Explore ପ୍ରକାଶିତ 21:3
4
ପ୍ରକାଶିତ 21:6
ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ।
Explore ପ୍ରକାଶିତ 21:6
5
ପ୍ରକାଶିତ 21:7
ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ବର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।
Explore ପ୍ରକାଶିତ 21:7
6
ପ୍ରକାଶିତ 21:8
କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Explore ପ୍ରକାଶିତ 21:8
7
ପ୍ରକାଶିତ 21:1
ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।
Explore ପ୍ରକାଶିତ 21:1
8
ପ୍ରକାଶିତ 21:2
ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।
Explore ପ୍ରକାଶିତ 21:2
9
ପ୍ରକାଶିତ 21:23-24
ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ। ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ।
Explore ପ୍ରକାଶିତ 21:23-24
Home
Bible
Plans
Videos