1
ପ୍ରେରିତ 16:31
ପବିତ୍ର ବାଇବଲ
ସେମାନେ ତାହାଙ୍କୁ କହିଲେ, “ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘରେ ରହୁଥିବା ସମସ୍ତେ ଉଦ୍ଧାର ପାଇ ପାରିବେ।”
Compare
Explore ପ୍ରେରିତ 16:31
2
ପ୍ରେରିତ 16:25-26
ପାଉଲ ଓ ଶୀଲା ମଧ୍ୟରାତ୍ରି ବେଳେ ପରମେଶ୍ୱରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହା ସବୁ ଶୁଣୁଥିଲେ। ହଠାତ୍ ଖୁବ୍ ଜୋର୍ରେ ଭୂମିକମ୍ପ ହେଲା। ଏହା ଦ୍ୱାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ୱାର ଖୋଲିଗଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖୋଲିଗଲା।
Explore ପ୍ରେରିତ 16:25-26
3
ପ୍ରେରିତ 16:30
ତା'ପରେ ସେ ସେମାନଙ୍କୁ ବାହାରକୁ ଆଣି ପଗ୍ଭରିଲେ, ମହାଶୟମାନେ, “ପରିତ୍ରାଣ ପାଇବା ପାଇଁ ମୋର କ’ଣ କରିବା ଆବଶ୍ୟକ?”
Explore ପ୍ରେରିତ 16:30
4
ପ୍ରେରିତ 16:27-28
କାରାଧ୍ୟକ୍ଷ ନିଦରୁ ଉଠି ବସିଲେ। କାରାଗାରର ଦୁଆର ଗୁଡ଼ିକ ଖୋଲିଥିବାର ଦେଖି, ସେ ନିଜକୁ ହତ୍ୟା କରିବା ଉଦ୍ଦେଶ୍ୟରେ ନିଜର ଖଣ୍ଡା ବାହାର କଲେ। ସେ ଭାବିଲେ ଯେ, ବନ୍ଦୀମାନେ ଖସି ପଳାଇ ଯାଇଛନ୍ତି। କିନ୍ତୁ ପାଉଲ ଚିତ୍କାର କରି କହିଲେ, “ଆମ୍ଭେ ସମସ୍ତେ ଏଠାରେ ଅଛୁ। ନିଜର କ୍ଷତି କର ନାହିଁ।”
Explore ପ୍ରେରିତ 16:27-28
Home
Bible
Plans
Videos