1
ଲୂକ 3:21-22
ପବିତ୍ର ବାଇବଲ
ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ସବୁ ଲୋକ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଉଥିଲେ। ତା'ପରେ ଯୀଶୁ ମଧ୍ୟ ଆସିଲେ ଓ ତାହାଙ୍କ ଦ୍ୱାରା ବାପ୍ତିଜିତ ହେଲେ। ଯୀଶୁ ପ୍ରାର୍ଥନା କଲାବେଳେ ଆକାଶ ଖୋଲିଗଲା। ପବିତ୍ରଆତ୍ମା ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ ଓ ସେ କପୋତ ପରି ଦେହ ଧାରଣ କରିଥିଲେ। ଆକାଶବାଣୀ ହେଲା: “ତୁମ୍ଭେ ମୋର ପ୍ରିୟ ପୁତ୍ର। ମୁଁ ତୁମ୍ଭ ଉପରେ ଅତ୍ୟନ୍ତ ସନ୍ତୁଷ୍ଟ।”
Compare
Explore ଲୂକ 3:21-22
2
ଲୂକ 3:16
ସେତେବେଳେ ଯୋହନ ସେମାନଙ୍କୁ କହିଲେ, “ମୁଁ ତ ତୁମ୍ଭମାନଙ୍କୁ ଜଳରେ ବାପ୍ତିଜିତ କରୁଛି, କିନ୍ତୁ ମୋ'ଠାରୁ ଅଧିକ ଶକ୍ତିଶାଳୀ ଜଣେ ଆସୁଛନ୍ତି। ତାହାଙ୍କର ଜୋତାର ଫିତା ଫିଟାଇବାକୁ ମଧ୍ୟ ମୁଁ ଯୋଗ୍ୟ ନୁହେଁ। ସେ ତୁମ୍ଭମାନଙ୍କୁ ପବିତ୍ରଆତ୍ମା ଓ ଅଗ୍ନି ଦ୍ୱାରା ବାପ୍ତିଜିତ କରିବେ।
Explore ଲୂକ 3:16
3
ଲୂକ 3:8
ତୁମ୍ଭେମାନେ ପ୍ରକୃତରେ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରିଛ ବୋଲି ତୁମ୍ଭମାନଙ୍କୁ ନିଜ କାର୍ଯ୍ୟ ଦ୍ୱାରା ପ୍ରମାଣିତ କରିବାକୁ ହେବ। ଗର୍ବ କରି କୁହ ନାହିଁ ଯେ ‘ଅବ୍ରହାମ ଆମ୍ଭମାନଙ୍କର ପିତା।’ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡ଼ିକରୁ ମଧ୍ୟ ସନ୍ତାନ ସୃଷ୍ଟି କରିପାରନ୍ତି।
Explore ଲୂକ 3:8
4
ଲୂକ 3:9
ଗଛ ମୂଳରେ କୁହ୍ରାଡ଼ି ରଖାଯାଇ ସାରିଲାଣି ଏବଂ ଯେଉଁ ଗଛ ଭଲ ଫଳ ଦେଇପାରୁ ନାହିଁ, ସେହି ପ୍ରତ୍ୟେକ ଗଛକୁ କାଟି ଦିଆଯିବ ଏବଂ ନିଆଁରେ ଫିଙ୍ଗି ଦିଆଯିବ।”
Explore ଲୂକ 3:9
5
ଲୂକ 3:4-6
ଏହା ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ବାକ୍ୟ ସମ୍ବଳିତ ପୁସ୍ତକରେ ଲେଖାଥିବା କଥା ଥିଲା। ସେଥିରେ ଲେଖାଥିଲା: “ମରୁଭୂମିରେ ଜଣେ ଲୋକ ପାଟି କରି କହୁଛି: ‘ପ୍ରଭୁଙ୍କ ମାର୍ଗ ପ୍ରସ୍ତୁତ କର। ତାହାଙ୍କ ବାଟ ସଳଖ କର। ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରି ଦିଆଯିବ। ପ୍ରତ୍ୟେକ ପର୍ବତ ଓ ପାହାଡ଼ ସମତଳ ହୋଇଯିବ। ବଙ୍କା ରାସ୍ତା ସବୁ ସିଧା କରି ଦିଆଯିବ ଓ ଖାଲଢ଼ିପ ରାସ୍ତା ସବୁ ସମତଳ କରି ଦିଆଯିବ। ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ ପରିତ୍ରାଣ ବିଷୟରେ ଜାଣିବେ।’”
Explore ଲୂକ 3:4-6
Home
Bible
Plans
Videos