1
ମାର୍କ 9:23
ପବିତ୍ର ବାଇବଲ
ଯୀଶୁ କହିଲେ, “ତୁମ୍ଭେ କହିଲ, ‘ତୁମ୍ଭେ ଯଦି ପାରିବ ତେବେ ସାହାଯ୍ୟ ହେବ।’ ବିଶ୍ୱାସୀ ଲୋକପାଇଁ ସବୁକିଛି ସମ୍ଭବ।”
Compare
Explore ମାର୍କ 9:23
2
ମାର୍କ 9:24
ପିଲାଟିର ବାପା ଉଚ୍ଚସ୍ୱର କରି କହିଲା, “ମୁଁ ବିଶ୍ୱାସ କରୁଛି। ମୋତେ ଅଧିକ ବିଶ୍ୱାସ କରିବା ପାଇଁ ସାହାଯ୍ୟ କରନ୍ତୁ।”
Explore ମାର୍କ 9:24
3
ମାର୍କ 9:28-29
ତା'ପରେ ଯୀଶୁ ଘର ଭିତରକୁ ଗଲେ। କେବଳ ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ସେଠାରେ ଥିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ଆମ୍ଭେମାନେ ଦୁଷ୍ଟାତ୍ମାକୁ କାହିଁକି ବାହାର କରି ପାରିଲୁନି?” ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ଏହି ପ୍ରକାରର ଦୁଷ୍ଟାତ୍ମାକୁ କେବଳ ପ୍ରାର୍ଥନା ମାଧ୍ୟମରେ ବାହାର କରାଯାଇପାରିବ।”
Explore ମାର୍କ 9:28-29
4
ମାର୍କ 9:50
“ଲୁଣ ଭଲ ପଦାର୍ଥ। କିନ୍ତୁ ଲୁଣ ଯଦି ତା'ର ଲୁଣିଆ ଗୁଣ ହରାଇ ବସିବ, ତାକୁ ପୁଣି ଥରେ କିପରି ଲୁଣିଆ କରାଯାଇ ପାରିବ? ତେଣୁ ତୁମ୍ଭେ ଭଲ ଗୁଣରେ ପରିପୂର୍ଣ୍ଣ ହୁଅ। ସମସ୍ତେ ମିଳିମିଶି ଶାନ୍ତିରେ ରୁହ।”
Explore ମାର୍କ 9:50
5
ମାର୍କ 9:37
“ମୋ’ ନାମରେ ଯେଉଁ ଲୋକ ଗୋଟିଏ ପିଲାକୁ ଏହିଭଳି ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ। ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ଯେ, କେବଳ ମୋତେ ଗ୍ରହଣ କରେ, ତା’ ନୁହେଁ, ବରଂ ସେ ମୋର ପ୍ରେରଣକର୍ତ୍ତାଙ୍କୁ ମଧ୍ୟ ଗ୍ରହଣ କରେ।”
Explore ମାର୍କ 9:37
6
ମାର୍କ 9:41
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଲୋକ ବୋଲି ଯଦି କେହି ତୁମ୍ଭମାନଙ୍କୁ ଗିନାଏ ପାଣି ପିଇବାକୁ ଦିଏ, ତେବେ ତାକୁ ଏଥିପାଇଁ ନିଶ୍ଚୟ ପୁରସ୍କାର ମିଳିବ।
Explore ମାର୍କ 9:41
7
ମାର୍କ 9:42
“ଯଦି ଏହି ଛୋଟ ଅବୋଧ ପିଲାମାନଙ୍କ ମଧ୍ୟରୁ ମୋତେ କେହି ବିଶ୍ୱାସ କରୁଥାଏ ଏବଂ ଆଉ ଜଣେ ଲୋକ ସେହି ପିଲାଟିକୁ ପାପ କର୍ମରେ ଲିପ୍ତ କରାଏ, ତେବେ ସେ ଲୋକଟି ପାଇଁ ଏହା ଅତ୍ୟନ୍ତ ଖରାପ ହେବ। ସେ ଲୋକ ବେକରେ ଚକି ପଥରଟିଏ ବାନ୍ଧି ଦେଇ ତାକୁ ସମୁଦ୍ରରେ ଫିଙ୍ଗି ଦେବା ତା’ ପାଇଁ ଭଲ ହୋଇଥା’ନ୍ତା।
Explore ମାର୍କ 9:42
8
ମାର୍କ 9:47
ଯଦି ତୁମ୍ଭର ଆଖି ତୁମ୍ଭକୁ ପାପ କରାଏ, ତେବେ ତାକୁ ବାହାର କରି ଦିଅ। ଦୁଇ ଆଖି ଥାଇ ନର୍କରେ ତୁମ୍ଭକୁ ଫିଙ୍ଗି ଦିଆଯିବା ଅପେକ୍ଷା ବରଂ ତୁମ୍ଭେ ଗୋଟିଏ ଆଖି ଥାଇ ଅନନ୍ତ ଜୀବନ ଲାଭ କରିବା ଭଲ।
Explore ମାର୍କ 9:47
Home
Bible
Plans
Videos