YouVersion Logo
Search Icon

ଆଦି ପୁସ୍ତକ 10

10
ନୋହଙ୍କ ବଂଶାବଳୀ
1ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ଉତ୍ତାରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।
2ଗୋମର ଓ ମାଗୋଗ୍ ଓ ମାଦୟ ଓ ଯବନ ଓ ତୂବଲ ଓ ମେଶକ୍ ଓ ତିରସ, ଏମାନେ ଯେଫତ୍ର ସନ୍ତାନ।
3ଅସ୍କିନସ୍ ଓ ରୀଫତ୍ ଓ ତୋଗର୍ମ, ଏମାନେ ଗୋମରର ସନ୍ତାନ।
4ପୁଣି ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।
5ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ଵୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ଵ ସ୍ଵ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।
6କୂଶ ଓ ମିସର ଓ ପୂଟ୍ ଓ କିଣାନ, ଏମାନେ ହାମର ସନ୍ତାନ।
7ସବା ଓ ହବୀଲା ଓ ସପ୍ତା ଓ ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦାଦାନ, ଏମାନେ ରୟମାର ସନ୍ତାନ।
8ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା।
9ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରା; ବ୍ୟାଧ ନିମ୍ରୋଦ୍ ତୁଲ୍ୟ।
10ପୁଣି ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନୀ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।
11ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ,
12ପୁଣି ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର।
13ପୁଣି ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୁହୀୟ
14ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ।
15ପୁଣି କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍
16ଓ ଯିବୁଷୀୟ ଓ ଇମୋରୀୟ ଓ ଗୀର୍ଗାଶୀୟ
17ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ
18ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଅନନ୍ତର କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ।
19ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା।
20ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ।
21ଯେଫତ୍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା।
22ଶେମର ଏହି ସବୁ ସନ୍ତାନ, ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୂଦ ଓ ଅରାମ୍।
23ଏହି ଅରାମର ସନ୍ତାନ ଊଷ୍ ଓ ହୂଲ ଓ ଗେଥର ଓ ମଶ୍।
24ପୁଣି ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର।
25ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍।
26ପୁଣି ଯକ୍ତନ୍ର ପୁତ୍ର ଅଲମୋଦଦ ଓ ଶେଲପ୍ ଓ ହତ୍ସର୍ମାବତ୍ ଓ ଯେରହ
27ଓ ହଦୋରାମ ଓ ଊଷଲ ଓ ଦିକ୍ଳ
28ଓ ଓବଲ ଓ ଅବୀମାୟେଲ୍ ଓ ଶିବା
29ଓ ଓଫୀର ଓ ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନର ସନ୍ତାନ।
30ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା।
31ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ।
32ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।

Highlight

Share

Copy

None

Want to have your highlights saved across all your devices? Sign up or sign in