ମଲାଖୀ 4
4
ସଦାପ୍ରଭୁଙ୍କର ଭୟଙ୍କର ଦିନ
1କାରଣ ଦେଖ, ସେଦିନ ଆସୁଅଛି, ତାହା ତୁନ୍ଦୁର ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ , ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
2ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବେ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
3ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ।
4ଆମ୍ଭେ ହୋରେବରେ ସମଗ୍ର ଇସ୍ରାଏଲ ନିମନ୍ତେ ଯେଉଁ ବିଧି ଓ ଶାସନସକଳ ଆଦେଶ କଲୁ, ଆମ୍ଭ ଦାସ ମୋଶାଙ୍କର ସେହି ବ୍ୟବସ୍ଥା ତୁମ୍ଭେମାନେ ସ୍ମରଣ କର।
5ଦେଖ, ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା।
6ପୁଣି, ଆମ୍ଭେ ଆସି ଯେପରି ପୃଥିବୀକି ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେ ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।
Currently Selected:
ମଲାଖୀ 4: ODIAOV-BSI
Highlight
Share
Copy
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.