YouVersion Logo
Search Icon

ମାଥିଉ 4

4
ଯୀଶୁ ପରୀକ୍ଷାର ସମ୍ମୁଖୀନ
1ସେତେବେଳେ ଯୀଶୁ ଶୟତାନ ଦ୍ଵାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତଣହେଲେ,
2ପୁଣି ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।
3ଆଉ, ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୋଟୀ ହେବା ପାଇଁ ଆଜ୍ଞା ଦିଅ।
4କିନ୍ତୁ ଯୀଶୁ ଉତ୍ତର ଦେଲେ, ଲେଖାଅଛି, ମନୁଷ୍ୟ କେବଳ ରୋଟୀରେ ବଞ୍ଚିବ ନାହିଁ, ମାତ୍ର ଈଶ୍ଵରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।
5ତହିଁ ଉତ୍ତାରେ ଶୟତାନ ତାହାଙ୍କୁ ପୁଣ୍ୟ ନଗରୀକୁ ଘେନିଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,
6ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।
7ଯୀଶୁ ତାହାକୁ କହିଲେ, ଆହୁରି ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପରୀକ୍ଷା କରିବ ନାହିଁ।
8ପୁନଶ୍ଚ ଶୟତାନ ତାହାଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ଘେନିଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ଵର୍ଯ୍ୟ ଦେଖାଇ କହିଲା,
9ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହିସମସ୍ତ ତୁମ୍ଭକୁ ଦେବା।
10ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ପୁଣି କେବଳ ତାହାଙ୍କର ଉପାସନା କରିବ।
11ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ।
ଯୀଶୁଙ୍କ ସେବାକାର୍ଯ୍ୟ ଆରମ୍ଭ
12ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକି ପ୍ରସ୍ଥାନ କଲେ;
13ଆଉ, ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,
14ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
15ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦ୍ଦନର ଅପର ପାର୍ଶ୍ଵସ୍ଥ ବିଜାତିମାନଙ୍କ ଗାଲିଲୀ,
16ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।
17ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, ମନ ପରିବର୍ତ୍ତନ କର, କାରଣ ସ୍ଵର୍ଗରାଜ୍ୟ ସନ୍ନିକଟ।
ପ୍ରଥମ ଶିଷ୍ୟଙ୍କୁ ଆହ୍ଵାନ
18ସେ ଗାଲିଲୀ ସମୁଦ୍ର କୂଳରେ ଭ୍ରମଣ କରୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କି ସମୁଦ୍ରରେ ଭଉଁରିଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।
19ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।
20ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।
21ପୁଣି, ଯୀଶୁ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କି ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ।
22ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ।
ଯୀଶୁଙ୍କ ସେବାକାର୍ଯ୍ୟ
23ପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିଏସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁଲାଗିଲେ,
24ଆଉ ତାହାଙ୍କ ସମ୍ଵନ୍ଧରେ ଜନରବ ସମୁଦାୟ ସୁରୀୟା ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତ ରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।
25ପୁଣି ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୁଦା ପ୍ରଦେଶ ଓ ଯର୍ଦ୍ଦନର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାଦ୍ଗମନ କଲେ।

Highlight

Share

Copy

None

Want to have your highlights saved across all your devices? Sign up or sign in