ଗୀତସଂହିତା 121
121
ପରମେଶ୍ଵର ଆମ ରକ୍ଷକ
ଆରୋହଣ ଗୀତ।
1ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ଵଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?
2ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।
3ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ;
4ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ।
5ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ଵର ଛାୟା।
6ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ।
7ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।
8ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।
Currently Selected:
ଗୀତସଂହିତା 121: ODIAOV-BSI
Highlight
Share
Copy
Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.