ଗୀତସଂହିତା 127
127
ମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି
ଆରୋହଣ-ଗୀତ; ଶଲୋମନଙ୍କ-ରଚିତ।
1ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।
2ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ଵରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସେ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।
3ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର
ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
4ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
5ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;
Currently Selected:
ଗୀତସଂହିତା 127: ODIAOV-BSI
Highlight
Share
Copy

Want to have your highlights saved across all your devices? Sign up or sign in
ODIA-OV (Re-edited) - ପବିତ୍ର ବାଇବଲ (Re-edited)
Copyright © 2014 by The Bible Society of India
Used by permission. All rights reserved worldwide.