YouVersion Logo
Search Icon

ଗୀତସଂହିତା 136

136
ଧନ୍ୟବାଦ ସ୍ତୁତି
1ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
2ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
3ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
4ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ଵିତୀୟ, ତାହାଙ୍କର (ଧନ୍ୟବାଦ କରନ୍ତ)ଣଗୀତ.୭୨:୧୮ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
5ଯେ ବୁଦ୍ଧିରେ ଆକାଶମଣ୍ତଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ)
6ଯେ ଭୂମଣ୍ତଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କରନ୍ତ) ଯିରି.୧୦:୧୨ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
7ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
8ଦିବସରେ କର୍ତ୍ତୃତ୍ଵ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
9ରାତ୍ରିରେ କର୍ତ୍ତୃତ୍ଵ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
10ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ଵାରା) ମିସରକୁ ଆଘାତ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
11ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
12ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ଵାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
13ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
14ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
15ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
16ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
17ଯେ ମହାରାଜଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
18ପରାକ୍ରା; ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20ପୁଣି, ବାଶନର ରାଜା ଓଗ୍କୁ ବଧ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
22ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
24ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
25ସବୁ ପ୍ରାଣୀକି ଆହାର ଦିଅନ୍ତି ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
26ସ୍ଵର୍ଗର ପରମେଶ୍ଵରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Highlight

Share

Copy

None

Want to have your highlights saved across all your devices? Sign up or sign in

Video for ଗୀତସଂହିତା 136