YouVersion Logo
Search Icon

ଯିଖରୀୟ 10

10
ଯିହୁଦା ଓ ଇସ୍ରାଏଲର ପୁନଃରୁଦ୍ଧାର
1ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗନ୍ତ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ।
2କାରଣ ଠାକୁରମାନେ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ଵପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ଵନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି , ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ପାଳକ କେହି ନାହିଁ।
3ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହୋଇଅଛି ଓ ଆମ୍ଭେ ଛାଗଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା-ବଂଶର ତତ୍ତ୍ଵାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ଵ ତୁଲ୍ୟ କରିବେ।
4ତାଙ୍କଠାରୁ କୋଣର ପ୍ରସ୍ତର, ତାଙ୍କଠାରୁ ପ୍ରେକ, ତାଙ୍କଠାରୁ ଯୁଦ୍ଧଧନୁ, ତାଙ୍କଠାରୁ ପ୍ରତ୍ୟେକ ଶାସନକାରୀ ଏକତ୍ର ଉତ୍ପନ୍ନ ହେବେ।
5ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ଵାରୋହୀମାନେ ଘାବରା ହେବେ।
6ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫ-ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ଵାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବାା।
7ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ତୁଲ୍ୟ ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।
8ଆମ୍ଭେ ସେମାନଙ୍କ ପାଇଁ ଶୀଷ୍ ଶଦ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିଅଛୁ ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।
9ପୁଣି, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବପନ କରିବା ଓ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ।
10ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂରରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଓ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ।
11ପୁଣି, ସେ ଦୁଃଖରୂପ ସାଗର ପାରି ହେବେ ଓ ସମୁଦ୍ରର ତରଙ୍ଗସମୂହକୁ ପ୍ରହାର କରିବେ ଓ ନୀଳନଦୀର ଗଭୀର ସ୍ଥାନସକଳ ଶୁଷ୍କ ହେବ; ତହିଁରେ ଅଶୂରର ଗର୍ବ ଖର୍ବ ହେବ ଓ ମିସରର ରାଜଦଣ୍ତ ଦୂରୀକୃତ ହେବ।
12ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ, ଏହା ସଦାପ୍ରଭୁ କହନ୍ତି।

Highlight

Share

Copy

None

Want to have your highlights saved across all your devices? Sign up or sign in

Video for ଯିଖରୀୟ 10