YouVersion Logo
Search Icon

ମାଥିଉ 6:16-18

ମାଥିଉ 6:16-18 IRVORY

ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର, ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।