ମାର୍କ 16
16
ଯୀଶୁଙ୍କ ପୁନରୁତ୍ଥାନ
(ମାଥିଉ 28:1-8; ଲୂକ 24:1-12; ଯୋହନ 20:1-10)
1ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି। 2ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା। 3ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା। 4ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି। 5ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ। 6ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ। 7କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ। 8ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ।
ମରୀୟମଙ୍କୁ ଯୀଶୁଙ୍କ ପ୍ରଥମ ଦର୍ଶନ
(ମାଥିଉ 28:9,10; ଯୋହନ 20:11-18)
9[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ।#16:9 ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ। ପଦ 9 ରୁ 20 ପର୍ଯ୍ୟନ୍ତ ପୁରାତନ ଚର୍ମପୁସ୍ତକରେ ଉଲ୍ଲେଖ କରାଯାଇନାହିଁ କିମ୍ବା ଅନ୍ୟ କୌଣସି ପୁରାତନ ସାକ୍ଷ୍ୟଗୁଡ଼ିକରେ ଲିପ୍ତ ନାହିଁ। 10ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ। 11ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ।
ଦୁଇ ଜଣ ଶିଷ୍ୟଙ୍କୁ ଯୀଶୁଙ୍କ ଦର୍ଶନ
(ଲୂକ 24:13-35)
12ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ#16:12 ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ ପଦ 9ରେ ଥିବା ଲିଖିତ ଟିପ୍ପଣୀକୁ ଦେଖନ୍ତୁ, 13ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ।
ମହାନ ଆଦେଶ
(ମାଥିଉ 28:16-20; ଲୂକ 24:36-49; ଯୋହନ 20:19-23; ପ୍ରେରିତ 1:6-8)
14ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ।#16:14 ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ। ପଦ 9ରେ ଥିବା ଲିଖିତ ଟିପ୍ପଣୀକୁ ଦେଖନ୍ତୁ 15ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର। 16ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ। 17ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ, 18ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।”
ଯୀଶୁଙ୍କ ସ୍ୱର୍ଗାରୋହଣ
(ଲୂକ 24:50-53; ପ୍ରେରିତ 1:9-11)
19ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।#16:19 ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ। ପଦ 9ରେ ଥିବା ଲିଖିତ ଟିପ୍ପଣୀକୁ ଦେଖନ୍ତୁ 20କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।#16:20 କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ। ପଦ 9ରେ ଥିବା ଲିଖିତ ଟିପ୍ପଣୀକୁ ଦେଖନ୍ତୁ]
Currently Selected:
ମାର୍କ 16: IRVOry
Highlight
Share
Copy
![None](/_next/image?url=https%3A%2F%2Fimageproxy.youversionapi.com%2F58%2Fhttps%3A%2F%2Fweb-assets.youversion.com%2Fapp-icons%2Fen.png&w=128&q=75)
Want to have your highlights saved across all your devices? Sign up or sign in
ORY-IRV
Creative Commons License
Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.