ମାଥିଉ 16
16
ଯୀଶୁଙ୍କୁ ଯିହୂଦୀ ନେତାଙ୍କ ପରୀକ୍ଷା
(ମାର୍କ 8:11-13; ଲୂକ 12:54-56)
1ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବାକୁ କହିଲେ, କାରଣ ଯୀଶୁ ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବା ଫଳରେ ପ୍ରମାଣିତ ହୋଇ ପାରିବ ଯେ ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି।
2ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ସୂର୍ଯ୍ୟୋଦୟ ସମୟରେ ଆକାଶକୁ ଲାଲରଙ୍ଗ ହୋଇଥିବାର ଦେଖିଲେ କୁହ ଯେ, ପାଗ ଭଲ ରହିବ। 3ତୁମ୍ଭେମାନେ ସୂର୍ଯ୍ୟାସ୍ତ ସମୟରେ ଆକାଶକୁ ଲାଲ ରଙ୍ଗର ଓ ମେଘୁଆ ଥିବାର ଦେଖିଲେ କୁହ ଯେ ଆଜି ଝଡ଼ ହେବ। ଏଗୁଡ଼ିକ ପାଗର ଲକ୍ଷଣ। ତୁମ୍ଭେ ଏହି ଲକ୍ଷଣଗୁଡ଼ିକ ଆକାଶରେ ଦେଖ ଓ ସେଗୁଡ଼ିକର ଅର୍ଥ ବୁଝ। ସେହିଭଳି ତୁମ୍ଭେ ବର୍ତ୍ତମାନ ଘଟୁଥିବା ଘଟଣାଗୁଡ଼ିକୁ ଦେଖୁଛ। ଏଗୁଡ଼ିକ ମଧ୍ୟ ଏପ୍ରକାର ଲକ୍ଷଣ, କିନ୍ତୁ ଏଗୁଡ଼ିକର ଅର୍ଥ ବୁଝିବାକୁ ତୁମ୍ଭେ ସମର୍ଥ ହୋଇ ପାରୁନ। 4ମନ୍ଦ ଓ ପାପୀ ଲୋକ ହିଁ ପ୍ରମାଣ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। ଏଭଳି ଲୋକଙ୍କୁ ଯୂନସଙ୍କ ଚିହ୍ନ#16:4 ଯୂନସଙ୍କ ଚିହ୍ନ ଯୀଶୁ ସମାଧି ମଧ୍ୟରେ ତିନି ଦିନ ରହିବା ଭଳି ଯୂନସ ଗୋଟିଏ ବଡ଼ ମାଛର ପେଟରେ ତିନି ଦିନ ରହିଥିଲେ। ବ୍ୟତୀତ ଅନ୍ୟ କୌଣସି ଚିହ୍ନ ଦିଆ ଯିବ ନାହିଁ।” ତା'ପରେ ଯୀଶୁ ସେମାନଙ୍କୁ ସେଠାରେ ଛାଡ଼ି ଗ୍ଭଲିଗଲେ।
ଯୀଶୁଙ୍କ ଅନୁସରଣକାରୀମାନେ ତାଙ୍କୁ ଭୁଲ୍ ବୁଝିଲେ
(ମାର୍କ 8:14-21)
5ଯୀଶୁଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱକୁ ଗଲେ। କିନ୍ତୁ ସେମାନେ ସାଙ୍ଗରେ ରୋଟୀ ନେବାକୁ ଭୁଲିଗଲେ। 6ଯୀଶୁ ସେମାନଙ୍କୁ କହିଲେ, “ସାବଧାନ ରୁହ! ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରରୁ ତୁମ୍ଭମାନଙ୍କୁ ରକ୍ଷା କର।”
7ଶିଷ୍ୟମାନେ ନିଜ ନିଜ ଭିତରେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।”
8ସେମାନେ ଯାହା କୁହା କୁହି ହେଉଥିଲେ ଯୀଶୁ ତାହା ଜାଣି ପାରିଲେ। ସେ କହିଲେ, “ତୁମ୍ଭେ ରୋଟୀ ନ ଥିବା କଥା କାହିଁକି ତୁମ୍ଭଭିତରେ କୁହାକୁହି ହେଉଛ? ତୁମ୍ଭର ବିଶ୍ୱାସ ଅଳ୍ପ। 9ଏବେ ସୁଦ୍ଧା ତୁମ୍ଭେ କ’ଣ ବୁଝି ପାରୁନ? ପାଞ୍ଚୋଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନେକ ଟୋକେଇରେ ଭର୍ତ୍ତି କରିଥିଲ। 10ସାତୋଟି ରୋଟୀକୁ ଗ୍ଭରିହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇସାରିବା ପରେ ବଳକା ଅଂଶତକ ଅନେକ ଟୋକେଇରେ ଭର୍ତ୍ତି କରିଥିବା ବିଷୟରେ କହୁ ନ ଥିଲି? 11ତୁମ୍ଭେ ତାହା କାହିଁକି ବୁଝି ପାରୁନ? ମୁଁ ତୁମ୍ଭକୁ ସାବଧାନ ରହିବାକୁ ଏବଂ ଫାରୂଶୀ ଓ ସାଦ୍ଦୂକୀମାନଙ୍କର କୁପ୍ରଭାବରୁ ଦୂରରେ ରହିବାକୁ କହୁଛି।”
12ତା'ପରେ ସେମାନେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀରେ ବ୍ୟବହାର କରାଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟରେ ଯୀଶୁ କହୁ ନ ଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସେମାନଙ୍କୁ କହୁଥିଲେ।
ପିତର କହନ୍ତି ଯୀଶୁ ହେଉଛନ୍ତି ଖ୍ରୀଷ୍ଟ
(ମାର୍କ 8:27-30; ଲୂକ 9:18-21)
13ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ୟମାନଙ୍କୁ କହିଲେ, “ମୁଁ ହେଉଛି ମନୁଷ୍ୟପୁତ୍ର#16:13 ମନୁଷ୍ୟପୁତ୍ର ଅର୍ଥାତ୍ ଯୀଶୁ। ଲୋକଙ୍କୁ ରକ୍ଷା କରିବା ସକାଶେ ପରମେଶ୍ୱର ତାଙ୍କୁ ମନୋନୀତ କରିଥିଲେ। ମୁଁ କିଏ ବୋଲି ଲୋକେ ମୋ’ ବିଷୟରେ କ’ଣ କହୁଛନ୍ତି?”
14ଶିଷ୍ୟମାନେ ଉତ୍ତର ଦେଲେ, “କେତେକ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତେକ ଏଲିୟ#16:14 ଏଲିୟ ପ୍ରାୟ 850 ଖ୍ରୀ, ପୂ ସମୟରେ ପରମେଶ୍ୱରଙ୍କ ପାଇଁ କହୁଥିବା ବ୍ୟକ୍ତି। ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ଯିରିମିୟ#16:14 ଯିରିମିୟ ପ୍ରାୟ 600 ଖ୍ରୀ, ପୂ ସମୟରେ ପରମେଶ୍ୱରଙ୍କ ପାଇଁ କହୁଥିବା ବ୍ୟକ୍ତି। ବା ଭବିଷ୍ୟଦ୍ବକ୍ତା#16:14 ଭବିଷ୍ୟଦ୍ବକ୍ତା ଯେଉଁମାନେ ପରମେଶ୍ୱରଙ୍କ ପାଇଁ କହନ୍ତି।ମାନଙ୍କ ମଧ୍ୟରୁ ଜଣେ ବୋଲି କହୁଛନ୍ତି।”
15ଯୀଶୁ କହିଲେ, “ମୁଁ କିଏ ବୋଲି ତୁମ୍ଭେ କ’ଣ କହୁଛ?”
16ଶିମୋନ ପିତର ଉତ୍ତର ଦେଲେ, “ଆପଣ ହେଉଛନ୍ତି ଖ୍ରୀଷ୍ଟ, ଜୀବନ୍ତ ପରମେଶ୍ୱରଙ୍କ ପୁତ୍ର।”
17ଉତ୍ତରରେ ଯୀଶୁ କହିଲେ, “ହେ ଶିମୋନ! ଯୂନସଙ୍କ ପୁତ୍ର! ତୁମ୍ଭେ ଧନ୍ୟ! ଏ କଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମୋ’ ସ୍ୱର୍ଗୀୟ ପିତା ତୁମ୍ଭକୁ ଏ କଥା ଶିଖାଇଛନ୍ତି। 18ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର#16:18 ପିତର ଗ୍ରୀକ୍ ନାମ, ଅର୍ଥାତ୍ ପଥର ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି#16:18 ମୃତ୍ୟୁଶକ୍ତି ମୃତ୍ୟୁର ଦ୍ୱାର ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ। 19ସ୍ୱର୍ଗରାଜ୍ୟର ଗ୍ଭବିଗୁଡ଼ିକ ମୁଁ ତୁମ୍ଭକୁ ଦେବି। ତେଣୁ ଏ ପୃଥିବୀରେ ଯେତେବେଳେ ତୁମ୍ଭେ ନ୍ୟାୟବିଗ୍ଭର କରିବ, ସେହି ନ୍ୟାୟବିଗ୍ଭର ପରମେଶ୍ୱରଙ୍କର ନ୍ୟାୟବିଗ୍ଭର ହେବ। ଏ ପୃଥିବୀରେ ଯେତେବେଳେ ତୁମ୍ଭେ କ୍ଷମା ଦେବ, ସେହି କ୍ଷମା ପରମେଶ୍ୱରଙ୍କର କ୍ଷମା ହେବ।”
20ତା'ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସେ ଯେ ଖ୍ରୀଷ୍ଟ ଅଟନ୍ତି କାହାକୁ ନ କହିବା ପାଇଁ।”
ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ଭବିଷ୍ୟଦ୍ବାଣୀ
(ମାର୍କ 8:31–9:1; ଲୂକ 9:22-27)
21ସେ ସମୟରୁ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ ଯେ ସେ ନିଶ୍ଚିତ ଭାବରେ ଯିରୁଶାଲମକୁ ଯିବେ। ସେଠାରେ ଯିହୂଦୀ ନେତା, ପ୍ରମୁଖ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ଦ୍ୱାରା ସେ ଅନେକ ଯାତନା ପାଇବେ ଓ ବଧକରି ଦିଆଯିବେ। ସେ ମୃତ୍ୟୁରୁ ତୃତୀୟ ଦିନ ପୁନର୍ଜୀବିତ ହେବେ।
22ତା'ପରେ ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଏକୁଟିଆ ଡାକି ନେଲେ ଓ ତାହାଙ୍କୁ ସମାଲୋଚନା କରି କହିଲେ, “ହେ ପ୍ରଭୁ! ପରମେଶ୍ୱର ଆପଣଙ୍କ ଉପରେ ଦୟା କରନ୍ତୁ। ଆପଣଙ୍କ ପାଇଁ ଏସବୁ ଘଟଣା ନ ଘଟୁ।”
23ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ଶୟତାନ! ମୋ’ ପାଖରୁ ଗ୍ଭଲିଯାଅ। ତୁମ୍ଭେ ମୋ’ ପାଇଁ ଗୋଟିଏ ବିଘ୍ନ। ତୁମ୍ଭେ ପରମେଶ୍ୱରଙ୍କ ନିୟମକୁ ଖାତିରି କରୁ ନାହଁ। ଲୋକମାନେ ଯାହାକୁ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଭାବୁଛ।”
24ତା'ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯଦି କେହି ଲୋକ ମୋର ଅନୁସରଣ କରିବାକୁ ଇଚ୍ଛା କରୁଛି, ତେବେ ସେ ନିଜ ବିଷୟରେ ଭୁଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କ୍ରୁଶ ବହନ କରୁ, ତା'ପରେ ସେ ମୋର ଅନୁସରଣ କରିବା ଉଚିତ୍। 25ଯେଉଁ ଲୋକ ତା’ ନିଜ ଜୀବନ ରକ୍ଷା କରିବାକୁ ଗ୍ଭହୁଁଥିବ, ସେ ଏହାକୁ ହରେଇ ବସିବ। ମୋ’ ପାଇଁ ଜୀବନ ଦେଉଥିବା ପ୍ରତ୍ୟେକ ଲୋକ ଏହାକୁ ରକ୍ଷା କରିବ। 26ଯଦି ଜଣେ ଲୋକ ନିଜ ଆତ୍ମାକୁ ହରେଇ ସାରା ସଂସାର ପାଏ, ତେବେ ସେଥିରେ ତାହାର କି ଲାଭ ହେବ? ନିଜର ଆତ୍ମାକୁ ଥରେ ହରେଇ ପୁଣି ଥରେ କିଣିବା ପାଇଁ କେହି କେବେ ହେଲେ ଯଥେଷ୍ଟ ଧନ ଦେଇ ପାରିବ ନାହିଁ। 27ମନୁଷ୍ୟପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ୱର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ୟପୁତ୍ର ପ୍ରତ୍ୟେକ ଲୋକକୁ ତା'ର କର୍ମ ଅନୁସାରେ ଫଳ ଦେବେ। 28ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ କେତେକ ଲୋକ ଠିଆ ହୋଇଛନ୍ତି, ଯେଉଁମାନେ ସେମାନଙ୍କ ମୃତ୍ୟୁ ପୂର୍ବରୁ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ରାଜ୍ୟ ସହିତ ଆସୁଥିବାର ଦେଖିବେ।”
Currently Selected:
ମାଥିଉ 16: OERV
Highlight
Share
Copy
Want to have your highlights saved across all your devices? Sign up or sign in
Odia Holy Bible: Easy-to-Read Version (OERV)
@ 2004 Bible League International