1
ଲୂକ 23:34
ପବିତ୍ର ବାଇବଲ (Re-edited) - (BSI)
ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ। ଆଉ, ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।
Compare
Explore ଲୂକ 23:34
2
ଲୂକ 23:43
ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ।
Explore ଲୂକ 23:43
3
ଲୂକ 23:42
ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।
Explore ଲୂକ 23:42
4
ଲୂକ 23:46
ଆଉ, ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି। ଏହା କହି ସେ ପ୍ରାଣତ୍ୟାଗ କଲେ।
Explore ଲୂକ 23:46
5
ଲୂକ 23:33
ଆଉ, ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
Explore ଲୂକ 23:33
6
ଲୂକ 23:44-45
ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ, ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା, ପୁଣି ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା।
Explore ଲୂକ 23:44-45
7
ଲୂକ 23:47
ଶତସେନାପତି ଏହି ଘଟଣା ଦେଖି ଈଶ୍ଵରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।
Explore ଲୂକ 23:47
বাড়ি
বাইবেল
পরিকল্পনাগুলো
ভিডিও