ଆଦି ପୁସ୍ତକ 3
3
ପାପର ଆରମ୍ଭ
1ସଦାପ୍ରଭୁ ପରମେଶ୍ୱରଙ୍କର ସୃଷ୍ଟି କରିଥିବା ପ୍ରାଣୀମାନଙ୍କ ମଧ୍ୟରେ ସର୍ପ ସମସ୍ତଙ୍କଠାରୁ ଚତୁର ଥିଲା। ସର୍ପଟି ସ୍ତ୍ରୀଲୋକଟିକୁ କହିଲା, “ଏହା କ’ଣ ସତ୍ୟ ଯେ ପରମେଶ୍ୱର ଉଦ୍ୟାନର କୌଣସି ବୃକ୍ଷର ଫଳ ନ ଖାଇବା ପାଇଁ ତୁମ୍ଭଙ୍କୁ କହିଲେ?”
2ସ୍ତ୍ରୀଲୋକଟି କହିଲା, “ଆମ୍ଭେ ବୃକ୍ଷଗୁଡ଼ିକର ଫଳ ଖାଇ ପାରିବୁ। 3କିନ୍ତୁ ଉଦ୍ୟାନ ମଧ୍ୟସ୍ଥ ଗୋଟିଏ ବୃକ୍ଷରୁ ଫଳ ଖାଇବାକୁ ମନା! ପରମେଶ୍ୱର ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେ ଉଦ୍ୟାନ ମଝିରେ ଥିବା ବୃକ୍ଷରୁ ଫଳ ଖାଇବ ନାହିଁ। ଏପରିକି ତୁମ୍ଭେ ସେ ବୃକ୍ଷକୁ ଛୁଇଁବ ନାହିଁ। ଯଦି ଏପରି କର ତେବେ ମରିବ।’”
4କିନ୍ତୁ ସର୍ପ ସ୍ତ୍ରୀଲୋକଟିକୁ କହିଲା, “ତୁମ୍ଭେ ମରିବ ନାହିଁ। 5ପରମେଶ୍ୱର ଜାଣନ୍ତି ଯେ, ଯେତେବେଳେ ତୁମ୍ଭେ ସେହି ବୃକ୍ଷରୁ ଫଳ ଖାଇବ ତେବେ ତୁମ୍ଭମାନଙ୍କର ଚକ୍ଷୁ ଖୋଲିଯିବ ଏବଂ ତୁମ୍ଭେ ପରମେଶ୍ୱରଙ୍କ ପରି ହେବ, କାରଣ ତୁମ୍ଭେ ଜାଣିବ କ’ଣ ଭଲ ଏବଂ କ’ଣ ମନ୍ଦ ଅଟେ।”
6ସେହି ସ୍ତ୍ରୀଲୋକଟି ଦେଖିଲା ଯେ, ସେହି ବୃକ୍ଷଟି ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ। ସେ ଜ୍ଞାନ ଲାଭ କରିବାକୁ ଇଚ୍ଛା କଲା। ତେଣୁ ସେ ସେହି ବୃକ୍ଷରୁ ଫଳ ତୋଳିଲା ଏବଂ ଖାଇଲା। ପୁଣି ଆପଣାର ସ୍ୱାମୀକୁ ଖାଇବାକୁ ଦେଲା ଏବଂ ସେ ମଧ୍ୟ ତାହାକୁ ଖାଇଲା।
7ସେମାନଙ୍କର ଚକ୍ଷୁ ପ୍ରସନ୍ନ ହେଲା ଏବଂ ସେମାନେ ଜାଣି ପାରିଲେ ଯେ, ସେମାନେ ଉଲଗ୍ନ। ତେଣୁ ସେମାନେ କିଛି ଡିମ୍ବିରି ବୃକ୍ଷର ପତ୍ର ସଂଗ୍ରହ କରି ତାକୁ ସିଇଁ ବସ୍ତ୍ର ଭାବରେ ଗ୍ରହଣ କଲେ।
8ସନ୍ଧ୍ୟା ସମୟରେ ସଦାପ୍ରଭୁ ପରମେଶ୍ୱର ଉଦ୍ୟାନ ମଧ୍ୟରେ ଭ୍ରମଣ କରୁଥିଲେ। ନର ଓ ନାରୀ ଏ କଥା ଶୁଣିବାକୁ ପାଇଲେ ଏବଂ ସେମାନେ ପରମେଶ୍ୱରଙ୍କଠାରୁ ନିଜ ନିଜକୁ ବୃକ୍ଷ ଆଢ଼ୁଆଳରେ ଲୁଗ୍ଭଇ ରଖିଲେ। 9ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଡାକିଲେ, “ତୁମ୍ଭେ କେଉଁଠାରେ?”
10ମନୁଷ୍ୟ ଉତ୍ତର ଦେଲା, “ମୁଁ ତୁମ୍ଭେ ଉଦ୍ୟାନରେ ଗ୍ଭଲିବାର ଶୁଣିଲି। ମୁଁ ଭୟ କଲି, ମୁଁ ଉଲଗ୍ନ ଥିଲି ତେଣୁ ମୁଁ ଲୁଚିଲି।”
11ସଦାପ୍ରଭୁ ପରମେଶ୍ୱର ଆଦମକୁ କହିଲେ, “ତୁମ୍ଭକୁ କିଏ କହିଲା ଯେ, ତୁମ୍ଭେ ଉଲଗ୍ନ? ତୁମ୍ଭେ କ’ଣ ଉଦ୍ୟାନର ସେହି ବୃକ୍ଷର ଫଳ ଖାଇଲ, ଯାହା ଖାଇବା ପାଇଁ ମୁଁ ମନା କରିଥିଲି?”
12ମନୁଷ୍ୟ ଉତ୍ତର ଦେଲା, “ତୁମ୍ଭେ ମୋ’ ପାଇଁ ଯେଉଁ ସ୍ତ୍ରୀ ତିଆରି କରିଥିଲ, ସେ ମୋତେ ସେହି ଫଳ ଖାଇବାକୁ ଦେଲା। ତେଣୁ ମୁଁ ତାହା ଖାଇଲି।”
13ଏହା ପରେ ସଦାପ୍ରଭୁ ପରମେଶ୍ୱର ସେହି ସ୍ତ୍ରୀଲୋକକୁ କହିଲେ, “ଏପରି ତୁମ୍ଭେ କାହିଁକି କଲ?”
ସ୍ତ୍ରୀଲୋକଟି ଉତ୍ତର ଦେଲା, “ସର୍ପ ମୋତେ ଭୁଲାଇ ଦେଲା, ତହିଁରେ ମୁଁ ତାକୁ ଖାଇଲି।”
14ସେଥିପାଇଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ,
“ଯେହେତୁ ତୁମ୍ଭେ ଏହା କରିଅଛ,
ତୁମ୍ଭେ ଅନ୍ୟ ପ୍ରାଣୀମାନଙ୍କଠାରୁ ଅଧିକ କଷ୍ଟ ଭୋଗିବ,
ତୁମ୍ଭେ ତୁମ୍ଭର ପେଟରେ ଜୀବନସାରା
ଘୁଷୁଡ଼ିବ ଓ ତୁମ୍ଭେ ଧୂଳି ଖାଇବ।
15ମୁଁ ତୁମ୍ଭକୁ ନାରୀର ଶତ୍ରୁ କରିବି।
ମୁଁ ତୁମ୍ଭର ପିଲାମାନଙ୍କୁ ଓ ତାହାର ପିଲାମାନଙ୍କ ମଧ୍ୟରେ ଶତ୍ରୁତା କରାଇବି।
ତୁମ୍ଭେ ତା'ର ପିଲାର ଗୋଇଠିକୁ କାମୁଡ଼ିବ,
କିନ୍ତୁ ସେ ତୁମ୍ଭର ମସ୍ତକକୁ ଆଘାତ କରି ଚୂର୍ଣ୍ଣ କରିବ।”
16ଏହା ପରେ ସଦାପ୍ରଭୁ ପରମେଶ୍ୱର ସେହି ସ୍ତ୍ରୀଲୋକଟିକୁ କହିଲେ,
“ମୁଁ ତୁମ୍ଭର କାର୍ଯ୍ୟଭାର
ଏବଂ ତୁମ୍ଭର ଗର୍ଭବେଦନା ମଧ୍ୟ ବଢ଼ାଇବି।
ତୁମ୍ଭେ ବ୍ୟଥାରେ
ସନ୍ତାନ ପ୍ରସବ କରିବ।
ପୁଣି ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ#3:16 ପୁଣି … ରହିବ କିମ୍ବା “ତୁମ୍ଭେ ତୁମ୍ଭର ସ୍ୱାମୀଙ୍କୁ ନିୟନ୍ତ୍ରଣ କରିବା ପାଇଁ ଗ୍ଭହିଁବ।” ଏହା ଆଦି ପୁସ୍ତକ 4:7 ପରି।
ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
17ଏହା ପରେ ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ କହିଲେ,
“ମୁଁ ତୁମ୍ଭକୁ ସେହି ବୃକ୍ଷର ଫଳ ନ ଖାଇବା ପାଇଁ ନିର୍ଦ୍ଦେଶ ଦେଇଥିଲି
କିନ୍ତୁ ତୁମ୍ଭେ ତୁମ୍ଭର ସ୍ତ୍ରୀଙ୍କ କଥା ଶୁଣିଲ ଏବଂ ସେହି ଫଳ ଖାଇଲ।
ତେଣୁ ତୁମ୍ଭ ଯୋଗୁଁ ଭୂମି ଶାପଗ୍ରସ୍ତ ହେଲା,
ତୁମ୍ଭେ ତୁମ୍ଭର ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ କରିବ।
18ଭୂମିରେ କଣ୍ଟା ବୁଦା ଜନ୍ମିବ।
ତୁମ୍ଭେ କ୍ଷେତ୍ରର ଉତ୍ପାଦନ ଭୋଜନ କରିବ।
19ତୁମ୍ଭେ ମରିବା ପର୍ଯ୍ୟନ୍ତ
ମୂଖର ଝାଳରେ ଆହାର କରିବ,
ତୁମ୍ଭେ ଖାଦ୍ୟ ପାଇବା ପାଇଁ
କଠିନ ପରିଶ୍ରମ କରିବ।
ତୁମ୍ଭେ ଧୂଳିରୁ ନିଆଯାଇଛ,
ଏଣୁ ଧୂଳିକୁ ଫେରିଯିବ।”
20ମନୁଷ୍ୟ ତା'ର ସ୍ତ୍ରୀର ନାମ ହବା, ଦେଲା। ଆଦମ ତା'ର ଏପରି ନାମକରଣ କରିଥିଲା, କାରଣ ସେ ଥିଲା ଜୀବିତ ପ୍ରାଣୀମାନଙ୍କ ସକଳର ମାତା।
21ସଦାପ୍ରଭୁ ପରମେଶ୍ୱର ତାଙ୍କ ପାଇଁ ଚମଡ଼ାର ବସ୍ତ୍ର ତିଆରି କରି ତାଙ୍କୁ ପିନ୍ଧାଇଲେ।
22ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି। ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ଖାଇବା ଉଚିତ୍ ନୁହଁ। ଯଦି ସେ ଏହା ଖାଇଥା’ନ୍ତା, ସେ ଅମର ହୋଇଥା’ନ୍ତା।”
23ତେଣୁ ସଦାପ୍ରଭୁ ପରମେଶ୍ୱର, ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ସୃଷ୍ଟି ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ନିଯୁକ୍ତ କଲେ। 24ସଦାପ୍ରଭୁ ପରମେଶ୍ୱର ଏହିପରି ମନୁଷ୍ୟକୁ ତଡ଼ି ଦେଲେ। ପୁଣି ଅମୃତ ବୃକ୍ଷର ପଥ ପହରା ଦେବା ପାଇଁ ସେ କିରୁବଦୂତମାନଙ୍କୁ ଏବଂ ଗୋଟିଏ ଘୂର୍ଣ୍ଣାୟମାନ ଖଡ଼୍ଗ ଏଦନ ଉଦ୍ୟାନର ପ୍ରବେଶ ସ୍ଥାନରେ ରଖିଲେ।
Dewis Presennol:
ଆଦି ପୁସ୍ତକ 3: OERV
Uwcholeuo
Rhanna
Cymharu
Copi
Eisiau i'th uchafbwyntiau gael eu cadw ar draws dy holl ddyfeisiau? Cofrestra neu mewngofnoda
Odia Holy Bible: Easy-to-Read Version (OERV)
@ 2004 Bible League International