1
ମାଥିଉ 12:36-37
ପବିତ୍ର ବାଇବଲ
କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରତ୍ୟେକ ଶବ୍ଦପାଇଁ ବିଗ୍ଭର ଦିନରେ ସେମାନଙ୍କୁ ଉତ୍ତର ଦେବାକୁ ହେବ। ଅତଏବ ଯେଉଁସବୁ କଥା ତୁମ୍ଭେ କହିଥିବ, ତା ଅନୁସାରେ ତୁମ୍ଭକୁ ଦୋଷୀ ବା ତୁମ୍ଭକୁ ନିର୍ଦ୍ଦୋଷୀ ବୋଲି ବିଗ୍ଭର କରାଯିବ।”
Compare
Explore ମାଥିଉ 12:36-37
2
ମାଥିଉ 12:34
ହେ କାଳସର୍ପର ସନ୍ତାନଗଣ, ତୁମ୍ଭେମାନେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତରେ ଯାହା ଭାବୁଥାଏ, ତାକୁ କଥାରେ ପ୍ରକାଶ କରିଥାଏ।
Explore ମାଥିଉ 12:34
3
ମାଥିଉ 12:35
ଗୋଟିଏ ଭଲ ଲୋକର ମନରେ ଭଲ କଥା ସଞ୍ଚିତ ହୋଇ ରହିଥାଏ, ସେ କହିବା ବେଳେ ତା'ର ମନରୁ ଭଲ କଥା ବାହାରି ଆସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତରେ ଖରାପ କଥା ସବୁ ସଞ୍ଚିତ ହୋଇ ରହିଥାଏ। ସେ କହିବା ବେଳେ ତା’ ମନ ଭିତରୁ ଖରାପ କଥା ବାହାରିଥାଏ। ତେଣୁ ସେ ଖରାପ କଥା କୁହେ।
Explore ମାଥିଉ 12:35
4
ମାଥିଉ 12:31
ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆଯିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆଯିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି।
Explore ମାଥିଉ 12:31
5
ମାଥିଉ 12:33
“ଭଲ ଫଳ ପାଇବାକୁ ହେଲେ ଭଲ ଗଛଟିଏ ଲଗାଇବାକୁ ପଡ଼େ। ତୁମ୍ଭର ଖରାପ ଗଛଟିଏ ଥିଲେ ସେଥିରୁ ତୁମ୍ଭେ ଖରାପ ଫଳ ପାଇବ। କାରଣ ଫଳଦ୍ୱାରା ଗଛଟିକୁ ଚିହ୍ନି ହୁଏ।
Explore ମାଥିଉ 12:33
Home
Bible
Plans
Videos