1
ଲୂକ 23:34
ଓଡିଆ ବାଇବେଲ
ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ । ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ ।
مقایسه
ଲୂକ 23:34 را جستجو کنید
2
ଲୂକ 23:43
ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ ।
ଲୂକ 23:43 را جستجو کنید
3
ଲୂକ 23:42
ପୁଣି, ସେ କହିଲା, ହେ ଯୀଶୁ , ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ ।
ଲୂକ 23:42 را جستجو کنید
4
ଲୂକ 23:46
ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି । ଏହା କହି ସେ ପ୍ରାଣତ୍ୟାଗ କଲେ ।
ଲୂକ 23:46 را جستجو کنید
5
ଲୂକ 23:33
ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
ଲୂକ 23:33 را جستجو کنید
6
ଲୂକ 23:44-45
ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା, ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା ।
ଲୂକ 23:44-45 را جستجو کنید
7
ଲୂକ 23:47
ଶତସେନାପତି ଏହି ଘଟଣା ଦେଖି ଈଶ୍ୱରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ ।
ଲୂକ 23:47 را جستجو کنید
خانه
كتاب مقدس
برنامههای مطالعه
ویدیوها