ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି । ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ।