ଲୂକ 4:9-12
ଲୂକ 4:9-12 ORYIRV
ପୁଣି, ସେ ତାହାଙ୍କୁ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ୱରଙ୍କ ପୁତ୍ର, ତାହାହେଲେ ଏଠାରୁ ତଳକୁ ଡେଇଁପଡ଼; କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ; ଆଉ ଲେଖା ଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ । ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ରରେ ମଧ୍ୟ ଏହା ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ ।