ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ। ସେ ମହାନ ହେବେ ଓ ମହାନ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ବର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ, ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ, ପୁଣି, ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ।