ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି,
ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର,
ପ୍ରଭୁଙ୍କ ପଥ ପ୍ରସ୍ତୁତ କର,
ତାହାଙ୍କ ରାଜପଥ ସଳଖ କର;
ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ,
ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ,
ବକ୍ର ପଥସବୁ ସିଧା ହେବ,
ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ;
ପୁଣି, ସମସ୍ତ ମନୁଷ୍ୟ ଈଶ୍ବରଙ୍କ ପରିତ୍ରାଣ ଦେଖିବେ।