YouVersion logo
Ikona pretraživanja

Popularni biblijski stihovi od ଯୋହନ 21

ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।” ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।” ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।