1
ଯୋହନ 4:24
ପବିତ୍ର ବାଇବଲ (Re-edited) - (BSI)
ଈଶ୍ଵର ଆତ୍ମା, ପୁଣି ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ଆତ୍ମାରେ ଓ ସତ୍ୟରେ ଉପାସନା କରିବା ସେମାନଙ୍କର ଉଚିତ।
Համեմատել
Ուսումնասիրեք ଯୋହନ 4:24
2
ଯୋହନ 4:23
କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହିପ୍ରକାର ଉପାସକ ଚାହାନ୍ତି।
Ուսումնասիրեք ଯୋହନ 4:23
3
ଯୋହନ 4:14
କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେକେହି ପାନ କରିବ, ସେ କେବେ ହେଁ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନ; ଜୀବନଦାୟକ ଜଳର ନିର୍ଝର ସ୍ଵରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।
Ուսումնասիրեք ଯୋହନ 4:14
4
ଯୋହନ 4:10
ଯୀଶୁ ତାହାକୁ ଉତ୍ତର ଦେଲେ, ଈଶ୍ଵରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯେବେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।
Ուսումնասիրեք ଯୋହନ 4:10
5
ଯୋହନ 4:34
ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।
Ուսումնասիրեք ଯୋହନ 4:34
6
ଯୋହନ 4:11
ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ, ପୁଣି କୂଅ ତ ଗହୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?
Ուսումնասիրեք ଯୋହନ 4:11
7
ଯୋହନ 4:25-26
ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ। ଯୀଶୁ ତାହାକୁ କହିଲେ, ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ।
Ուսումնասիրեք ଯୋହନ 4:25-26
8
ଯୋହନ 4:29
ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା?
Ուսումնասիրեք ଯୋହନ 4:29
Գլխավոր
Աստվածաշունչ
Ծրագրեր
Տեսանյութեր