1
ଲୂକ 14:26
ପବିତ୍ର ବାଇବଲ (Re-edited) - (BSI)
କେହି ଯେବେ ମୋʼ ନିକଟକୁ ଆସି ଆପଣା ପିତା, ମାତା, ଭାର୍ଯ୍ୟା, ସନ୍ତାନ, ଭ୍ରାତା ଓ ଭଗ୍ନୀମାନଙ୍କୁ, ଏପରିକି ଆପଣା ପ୍ରାଣକୁ ସୁଦ୍ଧା ଅପ୍ରିୟ ଜ୍ଞାନ ନ କରେ, ତେବେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।
比較
ଲୂକ 14:26で検索
2
ଲୂକ 14:27
ଯେକେହି ଆପଣା କ୍ରୁଶ ବହନ କରି ମୋହର ଅନୁଗମନ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।
ଲୂକ 14:27で検索
3
ଲୂକ 14:11
କାରଣ ଯେକେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।
ଲୂକ 14:11で検索
4
ଲୂକ 14:33
ସେହିପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେକେହି ଆପଣାର ସର୍ବସ୍ଵ ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।
ଲୂକ 14:33で検索
5
ଲୂକ 14:28-30
କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀଗୃହ ନିର୍ମାଣ କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ? କାଳେ ସେ ମୂଳଦୁଆ ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ, ଏ ଲୋକଟା ତୋଳିବାକୁ ଆରମ୍ଭ କରି ଶେଷ କରି ପାରିଲା ନାହିଁ।
ଲୂକ 14:28-30で検索
6
ଲୂକ 14:13-14
କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର; ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।
ଲୂକ 14:13-14で検索
7
ଲୂକ 14:34-35
ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ଵାଦବିହୀନ ହୁଏ, ତେବେ ତାହା କାହିଁରେ ସ୍ଵାଦଯୁକ୍ତ କରାଯିବ? ତାହା ଭୂମି କିମ୍ଵା ଖତଗଦା ନିମନ୍ତେ ଯୋଗ୍ୟ ନୁହେଁ; ଲୋକେ ତାହା ବାହାରେ ଫୋପାଡ଼ି ଦିଅନ୍ତି। ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।
ଲୂକ 14:34-35で検索
ホーム
聖書
読書プラン
ビデオ