1
ମାଥିଉ 13:23
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ, କେହି ଶହେ ଗୁଣ, କେହି ଷାଠିଏ ଗୁଣ, କେହି ତିରିଶ ଗୁଣ, ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ।”
비교
ମାଥିଉ 13:23 살펴보기
2
ମାଥିଉ 13:22
ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
ମାଥିଉ 13:22 살펴보기
3
ମାଥିଉ 13:19
ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
ମାଥିଉ 13:19 살펴보기
4
ମାଥିଉ 13:20-21
ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।
ମାଥିଉ 13:20-21 살펴보기
5
ମାଥିଉ 13:44
“ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ। ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା।”
ମାଥିଉ 13:44 살펴보기
6
ମାଥିଉ 13:8
ମାତ୍ର ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଓ ଫଳ ଫଳିଲା, କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶ ଗୁଣ।
ମାଥିଉ 13:8 살펴보기
7
ମାଥିଉ 13:30
ଶସ୍ୟ ନ କାଟିବା ଯାଏ ଦୁହିଁକୁ ଏକାଠି ବଢ଼ିବାକୁ ଛାଡ଼ିଦିଅ, ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି, ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ, କିନ୍ତୁ ଗହମ ମୋ ଅମାରରେ ସଂଗ୍ରହ କରି ରଖ।’”
ମାଥିଉ 13:30 살펴보기
홈
성경
묵상
동영상