ଆଦି ପୁସ୍ତକ 6

6
ଲୋକମାନେ ଦୁଷ୍ଟ ପ୍ରକୃତିର ହେଲେ
1ପୃଥିବୀରେ ମନୁଷ୍ୟମାନଙ୍କର ସଂଖ୍ୟା ବଢ଼ିବାକୁ ଲାଗିଲା। ମନୁଷ୍ୟମାନଙ୍କର ଅନେକ କନ୍ୟାଜାତ ହେଲେ। 2-4ପରମେଶ୍ୱରଙ୍କର ପୁତ୍ରଗଣ ଦେଖିଲେ, ସେହି କନ୍ୟାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ୱରଙ୍କର ପୁତ୍ରଗଣ ସେମାନଙ୍କ ପସନ୍ଦ ଅନୁସାରେ ସେମାନଙ୍କୁ ବିବାହ କଲେ। ସେହି ସ୍ତ୍ରୀମାନେ ପିଲାମାନଙ୍କୁ ଜନ୍ମ ଦେଲେ। ସେହି ସମୟରେ ଓ ପରେ ମଧ୍ୟ ପୃଥିବୀରେ ଦୈତ୍ୟମାନେ ଥିଲେ। ସେମାନେ ପୂର୍ବ ସମୟର ପ୍ରସିଦ୍ଧ ଯୋଦ୍ଧା ଥିଲେ।
ଏହା ପରେ ସଦାପ୍ରଭୁ କହିଲେ, “ଲୋକମାନେ ମନୁଷ୍ୟ ମାତ୍ର, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, କାରଣ ସେମାନେ କେବଳ ଶାରୀରିକ ଅଟନ୍ତି। ଏଥିପାଇଁ ସେମାନଙ୍କର ପରମାୟୁ 120 ବର୍ଷ ହେବ।”
5ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କେବଳ ମନ୍ଦ ବିଷୟ ଚିନ୍ତା କରୁଛନ୍ତି। 6ମନୁଷ୍ୟମାନଙ୍କୁ ଜନ୍ମ ଦେଇଥିବାରୁ, ସଦାପ୍ରଭୁ ଅନୁତାପ କଲେ। ଏହା ସଦାପ୍ରଭୁଙ୍କ ହୃଦୟକୁ ଯନ୍ତ୍ରଣା ଦେଲା। 7ତେଣୁ ସଦାପ୍ରଭୁ କହିଲେ, “ମୁଁ ସମସ୍ତ ମନୁଷ୍ୟକୁ ଧ୍ୱଂସ କରି ଦେବି ଯାହା ମୁଁ ସୃଷ୍ଟି କରିଛି। ମୁଁ ସମସ୍ତ ମନୁଷ୍ୟ, ପଶୁ ଏବଂ ପ୍ରତ୍ୟେକ ଖେଚର ପ୍ରାଣୀମାନଙ୍କୁ ଧ୍ୱଂସ କରି ଦେବି। ଏବଂ ଆକାଶର ସମସ୍ତ ପକ୍ଷୀକୂଳକୁ ମଧ୍ୟ ଧ୍ୱଂସ କରି ଦେବି। କାରଣ ଏମାନଙ୍କୁ ସୃଷ୍ଟି କରି ମୁଁ ଦୁଃଖିତ।”
8କିନ୍ତୁ ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହର ପାତ୍ର ଥିଲେ।
ନୋହ ଏବଂ ପ୍ରଳୟଙ୍କାରି ବନ୍ୟା
9ଏହା ନୋହଙ୍କର ବଂଶାବଳୀ ଅଟେ। ନୋହ ଜଣେ ଧାର୍ମିକ ଲୋକ ଥିଲେ ଏବଂ ସର୍ବଦା ପରମେଶ୍ୱରଙ୍କୁ ଅନୁସରଣ କରୁଥିଲେ। 10ନୋହଙ୍କର ତିନୋଟି ପୁତ୍ର ଥିଲେ। ସେମାନେ ହେଲେ ଶେମ, ହାମ ଓ ଯେଫତ୍।
11-12ପରମେଶ୍ୱର ପୃଥିବୀକୁ ନିରୀକ୍ଷଣ କଲେ ଓ ଦେଖିଲେ ଯେ, ପୃଥିବୀ ଭ୍ରଷ୍ଟାଗ୍ଭରିତା ହୋଇଅଛି। ସମସ୍ତ ସ୍ଥାନରେ ଅତ୍ୟାଗ୍ଭର ଥିଲା, ସବୁ ଲୋକମାନେ ମନ୍ଦ ଓ ନିଷ୍ଠୁର ହୋଇଛନ୍ତି। ପୃଥିବୀ ପୁରା ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଛି।
13ତେଣୁ ପରମେଶ୍ୱର ନୋହଙ୍କୁ କହିଲେ, “ସମସ୍ତ ଲୋକ ପୃଥିବୀକୁ କ୍ରୋଧ ଓ ହିଂସାରେ ଛାରଖାର କରି ଦେଲେଣି। ତେଣୁ ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା। 14ତୁମ୍ଭେ ଗୋଫର କାଠର ଗୋଟିଏ ଜାହାଜ ନିର୍ମାଣ କର। ତା’ ମଧ୍ୟରେ ନାନା କୋଠରୀ ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
15“ସେହି ଜାହାଜଟିକୁ ଏହିପରି ନିର୍ମାଣ କର ଯେ, ଏହାର ଲମ୍ବ ଯେପରି 300 ହାତ, ପ୍ରସ୍ଥ ପଗ୍ଭଶ୍ ହାତ ଏବଂ ତାହାର ଉଚ୍ଚତା ତିରିଶ୍ ହାତ ହେବ। 16ଉପରୁ ଏକ ହାତ ଛାଡ଼ି ଝରକା କରିବ। ସେହି ଜାହାଜର ପାର୍ଶ୍ୱରେ ଗୋଟିଏ ଦ୍ୱାର ରହିବ। ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଚଟାଣ ବନାଇବ।
17“ମୁଁ ଏକ ପ୍ରଳୟଙ୍କାରୀ ବନ୍ୟା ପୃଥିବୀ ଉପରେ ଆଣିବି। ଆକାଶ ତଳେ ଥିବା ସମସ୍ତ ଜୀବସତ୍ତାକୁ ଧ୍ୱଂସ କରିବି। ପୃଥିବୀର ସମସ୍ତ ପ୍ରାଣୀ ମରିବେ। 18ମୁଁ ତୁମ୍ଭ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି କରିବି। ତୁମ୍ଭେ ତୁମ୍ଭର ସ୍ତ୍ରୀ ତୁମ୍ଭର ପୁତ୍ରମାନେ ଏବଂ ତୁମ୍ଭର ପୁତ୍ରମାନଙ୍କର ସ୍ତ୍ରୀମାନେ ସମସ୍ତେ ଜାହାଜକୁ ଯିବେ। 19ପ୍ରାଣରକ୍ଷାର୍ଥେ ସର୍ବ ପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତ୍ତି ଆପଣା ସଙ୍ଗରେ ଧରି ଜାହାଜରେ ପ୍ରବେଶ କରିବ। 20ସବୁପ୍ରକାର ପକ୍ଷୀ, ସର୍ବପ୍ରକାର ପଶୁ ଓ ସର୍ବ ପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତିରୁ ଗୋଟିଏ ଗୋଟିଏ ଦମ୍ପତ୍ତି ଜୀବନ ରକ୍ଷା ପାଇଁ ତୁମ୍ଭ ନିକଟକୁ ଆସିବେ। 21ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସବୁପ୍ରକାର ଖାଦ୍ୟ ସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
22ତହିଁରେ ନୋହ ସେହିପରି କଲେ। ନୋହ ପରମେଶ୍ୱରଙ୍କ ଆଜ୍ଞା ପାଳନ କଲେ।

Highlight

Kongsi

Salin

None

Ingin menyimpan sorotan merentas semua peranti anda? Mendaftar atau log masuk